ନାଗରିକତା ସଂଶୋଧନ ଆଇନ ନେଇ ବ୍ୟାପକ ଜନଜାଗରଣ କରିବ ବିଜେପି

ଭୁବନେଶ୍ୱର,ତା.୨୬/୧୨(ଗ୍ରାଉଣ୍ଡ ଜିରୋ ଲାଇଭ):

କେନ୍ଦ୍ର ସରକାର ଆଣିଥିବା ନାଗରିକତା ସଂଶୋଧନ ଦ୍ୱାରା ଭାରତର ପଡୋଶୀ ଦେଶ ପାକିସ୍ତାନ, ଆଫଗାନିସ୍ତାନ ଏବଂ ବାଂଲାଦେଶରୁ ଧାର୍ମିକ ରୂପେ ନିର୍ଯ୍ୟାତନାର ଶିକାର ହୋଇ ଭାରତକୁ ଆସିଥିବା ସଂଖ୍ୟାଲଘୁ ବର୍ଗର ଶରଣାର୍ଥୀ ମାନଙ୍କୁ ନାଗରିକତା ପ୍ରଦାନ କରାଯିବ । କିନ୍ତୁ କିଛି ଅସାଧୁ ବ୍ୟକ୍ତି ବିଶେଷ ଏହି ଆଇନ ବିରୁଦ୍ଧରେ କୁପ୍ରଚାର କରି ଦେଶର ଜନତାଙ୍କୁ ବିଭ୍ରାନ୍ତ କରୁଛନ୍ତି । ନାଗରିକତା ଦେବା ପାଇଁ ଏହି ଆଇନ ହୋଇଥିବାବେଳେ ବିରୋଧୀ ଦଳ ମାନେ ଦେଶରେ ନିଆଁ ଲଗାଇ ନିଜର ରାଜନୈତିକ ସ୍ୱାର୍ଥ ହାସଲ କରିବା ପାଇଁ ଅପଚେଷ୍ଟା କରୁଛନ୍ତି । ଏହା ଅତ୍ୟନ୍ତ ଦୁର୍ଭାଗ୍ୟଜନକ ଘଟଣା । ନାଗରିକତା ସଂଶୋଧନ ଆଇନ ସଂପର୍କରେ ବ୍ୟାପକ ଜନଜାଗରଣ କରିବା ପାଇଁ ବିଜେପି ପକ୍ଷରୁ ବିଭିନ୍ନ କାର୍ଯ୍ୟକ୍ରମ କରି ଜନସାଧାରଣମାନଙ୍କୁ ସଚେତନ କରାଯିବ । ଏହି ପରିପ୍ରେକ୍ଷୀରେ ଆଜି ବିଜେପି ପକ୍ଷରୁ ନାଗରିକତା ସଂଶୋଧନ ନିୟମ ଉପରେ ରାଜ୍ୟସ୍ତରୀୟ କର୍ମଶାଳା ଆୟୋଜିତ କରାଯାଇଥିଲା । ଏହି କର୍ମଶାଳାରେ ନାଗରିକତା ସଂଶୋଧନ ଆଇନ ସଂପର୍କରେ ବିସ୍ତୁତ ଭାବେ ଆଲୋଚନା କରାଯାଇଥିଲା ।
ଆଗାମୀ ଜାନୁଆରୀ ମାସରେ ନାଗରିକତା ସଂଶୋଧନ ଆଇନ ଉପରେ ବ୍ୟାପକ ଜନଜାଗରଣ କରାଯିବ । ରାଜ୍ୟର ସମସ୍ତ ୩୬ଟି ସାଙ୍ଗଠନିକ ଜିଲ୍ଲାରେ ସାମ୍ବାଦିକ ସମ୍ମିଳନୀ ଆୟୋଜନ କରାଯାଇ ଏହି ଆଇନ ସଂପର୍କରେ ବ୍ୟାପକ ଭାବେ ଜନସାଧାରଣମାନଙ୍କୁ ସଚେତନ କରାଯିବ । ବିଜେପି କାର୍ଯ୍ୟକର୍ତାମାନେ ଓଡିଶାର ୩୬ଟି ସାଙ୍ଗଠନିକ ଜିଲ୍ଲାରେ ବୁଦ୍ଧିଜୀବୀ ସମ୍ମିଳନୀ କରିବେ । ପ୍ରତ୍ୟେକ ଜିଲ୍ଲାରେ ଏହି ଆଇନକୁ ନେଇ ସଚେତନତା ରାଲି କରାଯିବ । ବିଜେପି କାର୍ଯ୍ୟକର୍ତାମାନେ ଓଡିଶାର ପାଖାପାଖି ୧ କୋଟି ପରିବାରକୁ ଯାଇ ଏହି ଆଇନ ସଂପର୍କରେ ବୁଝାଇବେ । ଏଥି ସହ ବିଜେପି କାର୍ଯ୍ୟକର୍ତାମାନେ ସମସ୍ତ ପଂଚାୟତ ଏବଂ ୱାର୍ଡକୁ ଯାଇ ଜନସାଧାରଣଙ୍କୁ ଏହି ଆଇନ ବିଷୟରେ ପ୍ରତ୍ୟେକ୍ଷ ଭାବେ ଅବଗତ କରାଇବେ ।

 

Leave a Reply

Your email address will not be published. Required fields are marked *