୩ମାସ କୋହଳ ହେଲା ନୂଆ ଟ୍ରାଫିକ ନିୟମ

ଭୁବନେଶ୍ୱର,09 ସେପ୍ଟେମ୍ବର (ଗ୍ରାଉଣ୍ଡ ଜିରୋ ଲାଇଭ) :
ସଂଶୋଧିତ ମୋଟର ଭେଇକେଲ ଆକ୍ଟ ଓ ଜୋରିମାନା ପ୍ରସଙ୍ଗରେ ଗାଡ଼ି ଚାଳକଙ୍କୁ ସାମାନ୍ୟ ଆଶ୍ୱସ୍ତି ମିଳିଛି । ଓଡ଼ିଶାରେ ନୂଆ ଟ୍ରାଫିକ ନିୟମ ଲାଗୁ ହେବା ସହ ଅତ୍ୟଧିକ ଜୋରିମାନା ଚିନ୍ତା ବଢାଇଥିବା ଲୋକଙ୍କ ରୋଷକୁ ଦେଖି ୩ମାସ ଏହି ନୂଆ ଟ୍ରାଫିକ ନିୟମ କୋହଳ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି । ଟ୍ରାଫିକ ଉଲ୍ଲଘଂନ କରୁଥିବା ଲୋକଙ୍କ ପ୍ରତି କଠୋର ଆଭିମୁଖ୍ୟ ପୋଷଣ କରିବା ପରିବର୍ତ୍ତେ ସେମାନଙ୍କୁ  ସଂଶୋଧିତ ମୋଟର ଯାନର ପ୍ରାବଧାନ ସମ୍ପର୍କରେ ବୁଝାସୁଝା କରିବା ପାଇଁ  ସେ ପରାମର୍ଶ ଦେଇଛନ୍ତି । ଏହାସହିତ ଲୋକଙ୍କୁ ସେବା ଯୋଗାଇ ଦେବା ନିମନ୍ତେ ଅଧିକ ସଂଖ୍ୟକ କାଉଣ୍ଟର ଖୋଲିବା, ଆରଟିଓ କାର୍ଯ୍ୟାଳୟଗୁଡ଼ିକର ସେବା କେନ୍ଦ୍ରକୁ ଅଧିକ ସୁଦୃଢ଼ କରିବା, ସାବର୍ଜନୀନ ପ୍ରତିଷ୍ଠାନଗୁଡ଼ିକରେ ଶିବିର ଆୟୋଜନ କରି ମୋଟରଯାନ ବ୍ୟବହାରୀଙ୍କୁ ଆବଶ୍ୟକ ଦସ୍ତାବିଜ ଉପଲବ୍ଧ କରାଇବା ଦିଗରେ ସହଯୋଗ ନିମନ୍ତେ ପରିବହନ ବିଭାଗକୁ ନିର୍ଦ୍ଦେଶ ଜାରି କରିଛନ୍ତି ମୁଖ୍ୟମନ୍ତ୍ରୀ ।

Leave a Reply

Your email address will not be published. Required fields are marked *