ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକଙ୍କୁ ରାଜ୍ୟ ଲଳିତ କଳା ଏକାଡେମୀର ସଭାପତି ଭାବେ ନିଯୁକ୍ତି ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୯/୦୯(ଗ୍ରାଉଣ୍ଡଜିରୋ ଲାଇଭ) : ଆଜି ରାଜ୍ୟ ସରକାର ବିଶିଷ୍ଟ ବାଲୁକା କଳା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକଙ୍କୁ ରାଜ୍ୟ ଲଳିତ କଳା ଏକାଡେମିର ନୂତନ ସଭାପତି ଭାବେ ନିଯୁକ୍ତି ଦେଇଛନ୍ତି । ଏନେଇ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ସୂଚନାନୁସାରେ, ଯେ ପଦ୍ମ ବିଭୂଷଣ ଡ. ରଘୁନାଥ ମହାପାତ୍ର ରାଜ୍ୟସଭାକୁ ରାଷ୍ଟ୍ରପତିଙ୍କ ଦ୍ୱାରା ମନୋନୀତ ହେବା ପରେ ରାଜ୍ୟ ଲଳିତକଳା ଏକାଡେମୀର ସଭାପତି ପଦରୁ ଶ୍ରୀ ମହାପାତ୍ର ଇସ୍ତଫା ଦେଇଥିଲେ । ଏହି ଇସ୍ତଫା ଯୋଗୁଁ ଖାଲି ପଡ଼ିଥିବା ପଦବିରେ ରାଜ୍ୟ ସରକାର ସୁଦର୍ଶନ ପଟ୍ଟନାୟକଙ୍କୁ ନିଯୁକ୍ତି ଦେଇଛନ୍ତି ।

Leave a Reply

Your email address will not be published. Required fields are marked *